ରତ୍ନଭଣ୍ଡାର ମରାମତି କାମ ସମ୍ପୂର୍ଣ୍ଣ ହୋଇସାରିଛି । କିନ୍ତୁ ଗଣତି ମଣତି ଲାଗି ଟିକିଏ ସମୟ ଲାଗିବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।ଗୁରୁବାର ଆଇନ ମନ୍ତ୍ରୀ କହିଥିଲେ, ରତ୍ନଭଣ୍ଡାର ମଣତି ଗଣତି ବେଳେ ଉପସ୍ଥିତ ରହିବେ ରିଜର୍ଭ ବ୍ୟାଙ୍କର ଦୁଇ ଜଣ ଅଧିକାରୀ । ଏଥିପାଇଁ ଦୁଇ ଜଣ ଅଧିକାରୀଙ୍କୁ ନିଯୁକ୍ତି ଦେବାକୁ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣରଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ସରକାର ।ସେଠାରୁ ସମ୍ମତି ମିଳିଲେ କାର୍ଯ୍ୟ ଆରମ୍ଭ ହେବ | ଏନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ରତ୍ନ ଭଣ୍ଡାରର ମଣତି ଗଣତି ପ୍ରକ୍ରିୟା ଖୁବ୍ ଶୀଘ୍ର ଆରମ୍ଭ କରାଯିବ । ଅସ୍ଥାୟୀ ଟ୍ରେଜେରୀରୁ ମହାପ୍ରଭୁଙ୍କ ରତ୍ନ ବାକ୍ସ ଗୁଡ଼ିକୁ ପ୍ରଥମେ ରତ୍ନ ଭଣ୍ଡାରକୁ ସ୍ଥାନାନ୍ତର ହେବ । ତଥାପି ଆଗାମୀ ୩ ମାସ ଭିତରେ ଏହି କାର୍ଯ୍ୟ ଆରମ୍ଭ ହେବାର ସମ୍ଭାବନା ରହିଛି ବୋଲି ପୃଥ୍ୱୀରାଜ କହିଛନ୍ତି ।