ଚଳିତ ଜୁଲାଇ ମାସ ୯ ତାରିଖରେ ନୂଆଦିଲ୍ଲୀଠାରେ ଏଗ୍ରିକଲଚର ଟୁଡେ ଗ୍ରୁପ ଦ୍ୱାରା ଆୟୋଜିତ ପ୍ରତିଷ୍ଠିତ ୧୬ତମ ଏଗ୍ରିକଲଚର ଲିଡ଼ରସିପ କନକ୍ଲେଭ ଆୟୋଜିତ ହୋଇଥିଲା । ଏଥିରେ ଓଡ଼ିଶାକୁ କୃଷି ପାଇଁ ଶ୍ରେଷ୍ଠ ରାଜ୍ୟ ଭାବେ ପୁରସ୍କୃତ କରାଯାଇଥିଲା । ଏହି ପୁରସ୍କାରକୁ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଓଡ଼ିଶା ସରକାରଙ୍କ ପକ୍ଷରୁ ଗ୍ରହଣ କରିଥିଲେ । ଗତକାଲି ରାତିରେ ଓଡ଼ିଶା ଫେରିବା ପରେ ଆଜି ଏହି ପୁରସ୍କାରକୁ ମହାମହିମ ରାଜ୍ୟପାଳ ଡ଼ ହରିବାବୁ କମ୍ଭମପାଟିଙ୍କୁ ପ୍ରଦାନ କରିଛନ୍ତି । ଏହି ଅବସରରେ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢ଼ୀ ମଧ୍ୟ ଉପସ୍ଥିତ ଥିଲେ ।