ଛତିଶଗଡରେ ଆତ୍ମସମର୍ପଣ କଲେ ୨୨ ମାଓବାଦୀ । ବସ୍ତର ଆଇଜି ଓ ନାରଣପୁର ଜିଲ୍ଲା ଏସପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ ମାଓବାଦୀଙ୍କ ମଧ୍ୟରେ ୧୪ ପୁରୁଷ ଓ ୮ ମହିଳା । ସରକାରଙ୍କ ନିକଟରେ ଆତ୍ମସମର୍ପଣ ପାଇଁ ୩୭ ଲକ୍ଷ ଟଙ୍କା ଇନାମୀ ରଖାଯାଇଥିଲା । ସରକାରଙ୍କ ଆତ୍ମସମର୍ପଣ ନୀତିରେ ଆକର୍ଷିତ ହୋଇ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ଆତ୍ମସମର୍ପଣ କରିଛନ୍ତି ମାଓବାଦୀ । ଏନେଇ ବସ୍ତର IG ସୁନ୍ଦର ରାଜ ପି ସୂଚନା ଦେଇଛନ୍ତି ।ସରକାରଙ୍କ ପକ୍ଷରୁ ଘୋଷିତ ଆକର୍ଷଣୀୟ ପ୍ୟାକେଜ୍ ମଧ୍ୟ ସେମାନଙ୍କୁ ଏ ଦିଗରେ ପ୍ରୋତ୍ସାହିତ କରିଛି। ଏମାନଙ୍କୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ନିୟମ ଅନୁଯାୟୀ ଥଇଥାନ କରାଯିବ ଏବଂ ମୁଖ୍ୟସ୍ରୋତରେ ସାମିଲ କରାଯିବ ବୋଲି ବସ୍ତର IG ସୁନ୍ଦର ରାଜ ପି କହିଛନ୍ତି।
ମାଓ ସଙ୍ଗଠନର ବଡ଼ ନେତାଙ୍କ ମୃତ୍ୟୁ ପରେ ସଙ୍ଗଠନ ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି। ଏହା ସହ ପୁଲିସ ପକ୍ଷରୁ ଘନ ଘନ କମ୍ଵିଂ ଅପରେସନ ଯୋଗୁଁ ମାଓବାଦୀମାନେ ଜୀବନ ବଞ୍ଚାଇବା ପାଇଁ ଆତ୍ମସମର୍ପଣ କରୁଛନ୍ତି।